ମହାକାଶରେ ସବୁଠୁ ଲମ୍ବା ଡିଆଁ ମାରିଛି ଇସ୍ରୋ । ୩୬ଟି ୱାନୱେବ ଉପଗ୍ରହକୁ ନେଇ ଯାଇପାରୁଥିବା ସବୁଠାରୁ ବଡ ରକେଟ୍ ଏଲଭିଏମ୍-୩ ଉତକ୍ଷେପଣ କରି ରଚିଛି ଇତିହାସ । ଆଜି ସକାଳ ୯ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ଏହି ରକେଟ୍ ଉତକ୍ଷେପଣ କରାଯାଇଛି । ପୃଥିବୀର ନିମ୍ନ କକ୍ଷପଥରେ ୭୨ଟି ଉପଗ୍ରହ ଉତକ୍ଷେପଣ ପାଇଁ ବ୍ରିଟେନର ନେଟୱର୍କ ଆକ୍ସେସ୍ ଆସୋସିଏଟ୍ସ ଲିମିଟେଡ୍ ଇସ୍ରୋର ବାଣିଜ୍ୟିକ ୟୁନିଟ୍ ନ୍ୟୁସ୍ପେସ୍ ଇଣ୍ଡିଆ ଲିମିଟେଡ୍ ସହ ଚୁକ୍ତି ସ୍ୱାକ୍ଷର କରିଛି । ଏହି ଚୁକ୍ତି ଅନୁଯାୟୀ ଏହି ୩୬ଟି ଉପଗ୍ରହ ମହାକାଶକୁ ଉତ୍ କ୍ଷେପଣ କରାଯାଉଛି । ଏଲ୍ଭିଏମ୍୩ ରକେଟ ୪୩.୫ ମିଟର ଉଚ୍ଚ ଏବଂ ୬୪୩ଟନ୍ ଓଜନ ବିଶିଷ୍ଟ । ଏହା ୫୮୦୫ କିଲୋଗ୍ରାମ ଓଜନର ୩୬ଟି ଜେନ୍୧ ସାଟେଲାଇଟକୁ ନେଇ ପୃଥ୍ୱିବୀର ନିମ୍ନ କକ୍ଷପଥରେ ସ୍ଥାପନ କରିବ ।
More Stories
ମହିଳା କନଷ୍ଟେବଳ ହେଲେ ଦୁଷ୍କର୍ମର ଶିକାର
କାହିଁକି ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ?
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ