ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା । ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ରେ ଫଳାଫଳ ପ୍ରକାଶ ପାଇବ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ଉପ-ନିର୍ବାଚନ ହେବ । ନବଙ୍କ ଦେହାନ୍ତ ପରେ ଝାରସୁଗୁଡା ଆସନ ଫାଙ୍କା ପଡିଛି । ତେବେ ଏପ୍ରିଲ ୧୩ରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ଏପ୍ରିଲ ୨୦ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବାବେଳେ ୨୧ ଏପ୍ରିଲରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଏବଂ ୨୪ ଏପ୍ରିଲ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।
More Stories
ଗାଁରେ ମାତିଛି ଗୁଣିଆ, ଦେଉଛି ଶିଶୁବଳି
ଶ୍ରୀମନ୍ଦିର ସେବାୟତଙ୍କୁ ହାଣିଲେ ଦୁର୍ବୁତ୍ତ
ଓଡିଶାକୁ ବାତ୍ୟା ଭୟ