ରାଜଧାନୀରେ ମେଟ୍ରୋ ପାଇଁ ସମୀକ୍ଷା । ମେଟ୍ରୋ ଟ୍ରେନ ପାଇଁ ସୁବିଧା ଅଛି କି ନାହିଁ, କେଉଁଠୁ କେଉଁଠିକି ମେଟ୍ରୋ ଟ୍ରେନ ଗଡିବ । ସେଥିପାଇଁ କ’ଣ କ’ଣ ଆବଶ୍ୟକ ତାହା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି । ଏହି ଖବର ଜଣାପଡିବା ପରେ ଓଡ଼ିଶାବାସୀ ଏହାକୁ ସ୍ବାଗତ କରିଛନ୍ତି । ମେଟ୍ରୋ ଟ୍ରେନ ଚାଲିଲେ ବହୁ ଲୋକ ଏହା ଦ୍ବାରା ଉପକୃତ ହେବେ ବୋଲି ଆଶା ରହିଛି । ଏଥି ସହିତ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି ବିବେଚନା କରାଯାଉଛି । ଖୁବଶୀଘ୍ର ରାଜଧାନୀରେ ମେଟ୍ରୋ ରେଳ ଯୋଜନାକୁ କାର୍ଯ୍ୟକାରୀ କରାଯିବ ବୋଲି ଆଲୋଚନାରୁ ଆଶା ପ୍ରକାଶ ପାଇଛି ।
More Stories
ମହିଳାଙ୍କୁ ଦେଖି ଉଲଗ୍ନ ହେଉଛି ଯୁବକ, ସିସିଟିଭିରେ କଏଦ୍ ଅସଭ୍ୟ କାଣ୍ଡ
ସୁଭଦ୍ରା ପୋର୍ଟାଲରେ ବାହାରିଲା ଅଯୋଗ୍ୟ ଲିଷ୍ଟ, କିଏ ଦେଇଛି ବାଦ୍
ବାତ୍ୟା ବାଲେଶ୍ବରରେ କରିପାରେ ଲ୍ୟାଣ୍ଡଫଲ୍, ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା