ଦେଶରେ ଦନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୩,୦୦୦ ଟପି ଯାଇଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୫୪୨ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୫୪୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ଏବେ ୪,୪୮,୩୪,୫୮୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୧୯୦କୁ ବୃଦ୍ଧି ପାଇଛି।
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ