The Topmost

“The eyes believe themselves, the ears believe other people.”

ଅପରାହ୍ନରେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ଭେଟଘାଟ

ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ଟା ୩୦ରେ ଦୁଇ ନେତାଙ୍କ ମଧ୍ୟରେ ଭେଟଘାଟ ହେବ । ଦିଲ୍ଲୀରେ ପହଞ୍ଚିବା ପରେ ଏନେଇ ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ସେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଦାବି ଉପସ୍ଥାପନ କରିବେ ବୋଲି କହିଛନ୍ତି । ନିର୍ଦ୍ଦିଷ୍ଟ ଭାବେ କେଉଁ ସବୁ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବେ ସେ ନେଇ ମୁଖ୍ୟମନ୍ତ୍ରୀ କୌଣସି ସୂଚନା ଦେଇନାହାନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀରେ ଓଡ଼ିଶାର କେନ୍ଦ୍ର ନିକଟରେ ପଡ଼ି ରହିଥିବା ବିଭିନ୍ନ ପ୍ରସ୍ତାବ ଓ ଦାବି ଗୁଡ଼ିକର ସମୀକ୍ଷା କରିବେ । ଏହା ସହ ଦିଲ୍ଲୀ ଗସ୍ତ ବେଳେ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

SHARE BY