ରାଜ୍ୟରେ ବଢିବାରେ ଲାଗିଛି ତାପମାତ୍ରା । ବାୟୁମଣ୍ଡଳରେ ଜଳୀୟବାଷ୍ପର ମାତ୍ରା କମିବାରୁ କାଳବୈଶାଖୀ ବର୍ଷା କମିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ପାଇଁ ତାପମାତ୍ରା ବଢୁଛି । ଉତ୍ତର ପଶ୍ଚିମ ବାୟୁ ତାପମାତ୍ରାକୁ ଆହୁରି ବଢାଉଛି। ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୨ତାରିଖ ଯାଏଁ ଏଭଳି ପାଗ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ରାଜ୍ୟକୁ ଫେରିଛି କାଳବୈଶାଖୀ। ତାତି ଓ ଗୁଳୁଗୁଳିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଛି, ଫଳରେ କିଛି ଜିଲ୍ଲାରେ ବର୍ଷା ହୋଇଛି । ଉତ୍ତର ବିହାରରୁ କେନ୍ଦ୍ରୀୟ ଛତିଶଗଡ଼ ଯାଏଁ ଲମ୍ବିଥିବା ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖୀ ବର୍ଷା ହୋଇଛି । ତେବେ ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ଦିନର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ।
“The eyes believe themselves, the ears believe other people.”
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ