ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି । ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି । ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ । ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡି.ଆଇ.ଜି ବା ଏସ୍.ପି ପାହ୍ୟାରେ ରହିବେ । ପୋଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍ ଇନିସ୍ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ବ ଏହି ବୋର୍ଡ ସଂପାଦନ କରିବ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା