ଅପରାହ୍ନ ୪ଟାରେ ହେବ ରଥଟଣା । ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ । ସକାଳ ୬ଟାରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା ନୀତି କରାଯିବ । ଏହାପରେ ଦ୍ବାରପାଳ ପୂଜା, ବେଶ ଶେଷ ହେବ । ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ ଖେଚୁଡି ଭୋଗ ଲାଗି ହେବ। ସକାଳ ୯ଟାରେ ରଥ ପ୍ରତିଷ୍ଠା ପରେ ସାଢେ ୯ଟାରେ ପହଣ୍ଡି ଆରମ୍ଭ ହୋଇ ସାଢେ ୧୨ଟା ସୁଦ୍ଧା ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ଶେଷ ହେବ । ଅପରାହ୍ନ ୨ଟା ୩୦ରୁ ସାଢେ ୩ଟା ପର୍ଯ୍ୟନ୍ତ ଗଜପତି ମହାରାଜ ତିନି ରଥରେ ଛେରାପହଁରା କରିବେ । ଏହାପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗିବ। ପରେ ୪ଟାରୁ ରଥ ଟଣା ହେବ । ରଥ ଟଣା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ