ଭୟଙ୍କର ଟ୍ରେନ୍ ଦୁଘର୍ଟଣା ନେଇ ରାଜ୍ୟରେ ଦିନିକିଆ ଶୋକ ପାଳନ । ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ ହେବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟପଟେ ବାହାନଗାରେ ହୋଇଥିବା ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତ୍ୟୁସଂଖ୍ୟା । ବର୍ତ୍ତମାନ ସୁଦ୍ଧା 288 ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେହିପରି ୯୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ତେବେ ଆଗକୁ ଏହି ସଂଖ୍ୟା ଆହୁରି ବଢ଼ିବ ବୋଲି କୁହାଯାଉଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍