ଜୁନ ୯ ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ରହିଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରଜ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି । ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ବିପର୍ଯ୍ୟୟ’ । ଏବେ ଏହା ଉତ୍ତର ଦିଗରେ ନିଜର ଗତିପଥ ବଜାୟ ରଖିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତ୍ୟନ୍ତ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଓମାନ ଆଡକୁ ମୁହାଁଇପାରେ ବୋଲି କୁହାଯାଇଛି ।
“The eyes believe themselves, the ears believe other people.”
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ