ସିଭିୟର ହିଟ୍ ଓ୍ବେଭ ପରେ ବଦଳିଲା ଉପକୂଳ ଓଡ଼ିଶାର ପାଗ । କାଳବୈଶାଖୀ ବର୍ଷାରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି ଓ ନୟାଗଡ଼ରେ ଝିପି ଝିପି ବର୍ଷା ସହ ପବନ ଜାରି ରହିଛି । ଆଜି ଉପକୂଳରେ ମେଘ ସମୁହ ଏକାଠି ହେଉଥିବା ବେଳେ, ଦିନ ତମାମ ଆକାଶ ମେଘାଚ୍ଛନ୍ନ ରହିବ ବୋଲି ଆକନ କରିଛି ପାଣିପାଗ ବିଭାଗ । ଝିପି ଝିପି ବର୍ଷାରୁ ଅସହ୍ୟ ଗରମ ଓ ଗୁଳିଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ସେପଟେ ପଶ୍ଚିମ ଓଡ଼ିଶାରେ ଜାରି ରହିଛି ତାତି । ଆଜି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ସିଭିୟର ହିଟ୍ ଓ୍ବେଭ୍ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଦିନେ ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି ।
More Stories
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ
4 ଡିଗ୍ରି ଶୀତରେ ଥରୁଛି ସାରା କନ୍ଧମାଳ