ଆଜି ବସିବ ଜିଏସଟି ପରିଷଦର ୫୦ତମ ବୈଠକ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସାମିଲ ହେବେ । କେନ୍ଦୁପତ୍ର ଉପରୁ ଜିଏସଟି ହଟାଇବା ପାଇଁ ଦାବିକୁ ପୁଣିଥରେ ଦୋହରାଇବ ଓଡ଼ିଶା । ଦୀର୍ଘ ବର୍ଷଧରି କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ହଟାଇବାକୁ କେନ୍ଦ୍ର ପାଖରେ ଦାବି କରିଆସୁଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖି ବାରମ୍ବାର ଦାବି କରିବା ସହ ବିଜେଡି ସାଂସଦମାନେ ମଧ୍ୟ ସଂସଦରେ ଏହି ପ୍ରସଙ୍ଗ ଉଠାଇଛନ୍ତି । ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳର ପ୍ରାୟ ୮ ଲକ୍ଷ ଆଦିବାସୀ କେନ୍ଦୁପତ୍ର ତୋଳାଳି ତଥା ବନ୍ଧାଳୀ ନିଜର ଜୀବନ ଜୀବିକା ନିର୍ବାହ କରନ୍ତି । ପରିବାରର ପେଟ ପୋଷିବା ପାଇଁ କେନ୍ଦୁପତ୍ର ହିଁ ସେମାନଙ୍କ ମୁଖ୍ୟ ରୋଜଗାର । କେନ୍ଦୁପତ୍ର ଉପରେ ୧୮ପ୍ରତିଶତ ଜିଏସଟି ଲଗାଇବା ଜଙ୍ଗଲ ଅଧିକାର ଆଇନ-୨୦୦୬ ଓ PESA ଆଇନ-୧୯୯୬କୁ ଉଲ୍ଲଂଘନ କରୁଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ