ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର ହୋଇଛି ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ । ଗତକାଲି କଡ଼ା ସୁରକ୍ଷାବଳୟରେ ଗୋପାଳ ଦାସକୁ କଟକରୁ ଝାରସୁଗୁଡ଼ା ନେଇଛି ପୋଲିସ । ଜାନୁଆରୀ ୨୯ରେ ବ୍ରଜରାଜନଗରରେ ନବ ଦାସଙ୍କୁ ଗୁଳି ମାଡ଼ କରିଥିଲା ପୁଲିସ ଏଏସଆଇ ଗୋପାଳ ଦାସ । ଘଟଣାସ୍ଥଳରେ ହିଁ ଅଭିଯୁକ୍ତକୁ କାବୁ କରିଥିଲା ପୁଲିସ । ସେହିଦିନ ହିଁ ତଦନ୍ତ ଭାର ହାତକୁ ନେଇଥିଲା କ୍ରାଇମବ୍ରାଞ୍ଚ । ଗୁଜରାଟରେ ପଲିଗ୍ରାଫ ଟେଷ୍ଟ ଓ ନାର୍କୋ ଟେଷ୍ଟ କରାଯିବା ସହ ଅଭିଯୁକ୍ତକୁ ତୁହାକୁ ତୁହା ରିମାଣ୍ଡରେ ନେଇ ପଚରାଉଚରା କରିଛି ତଦନ୍ତକାରୀ ଟିମ୍ । ଏହାରି ଭିତରେ ଘଟଣାକୁ ୫ ମାସ ବିତି ଯାଇଥିଲେ ମଧ୍ୟ ଗୋପାଳ କାହିଁକି ନବ ଦାସଙ୍କୁ ଗୁଳି କଲା ତାର କାରଣ ଜଣାପଡିନି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ