ମଣିପୁର ଭିଡିଓ ଭାଇରାଲ ଘଟଣା । ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଭିଡିଓ ଭାଇରାଲ ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ । ଘଟଣାର ଦୁଇ ମାସ ପରେ ଅଭିଯୁକ୍ତ ଖୁୟରୁମ୍ ହେରାଦାସଙ୍କୁ ଗିରଫ କରିଛି ପୋଲିସ । ଉକ୍ତ ଭିଡିଓକୁ ଟ୍ୱିଟର କିମ୍ବା ଅନ୍ୟ ସୋସିଆଲ ମିଡିଆରେ ସେୟାର ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏବଂ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମ ନିମୟ ପାଳନ କରିବାକୁ କୁହାଯାଇଛି । ଏନେଇ ସରକାରଙ୍କ ପକ୍ଷରୁ କଡା ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଘଟଣା ନେଇ ଆରମ୍ଭ ହୋଇଛି ରାଜନୀତି । ମଣିପୁରକୁ ସର୍ବଦଳୀୟ ପ୍ରତିନିଧିମଣ୍ଡଳୀ ପଠାଇବା ପାଇଁ ଦାବି କରିଛନ୍ତି ବିରୋଧୀ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ କହିଛନ୍ତି, ମଣିପୁରରେ ମାନବିକତା ମରିଯାଇଛି । ସଂସଦରେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ କହିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଖଡଗେ । ସେପଟେ ବିରୋଧୀଙ୍କ ତୀବ୍ର ନିନ୍ଦା ପରେ ରାଜ୍ୟ ସରକାର କହିଛନ୍ତି ଘଟଣାର ତଦନ୍ତ ଚାଲିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍