ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି । ଏଥିରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨ଟି ଲ୍ୟାବର ଉଦ୍ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଜ୍ଞାନ କୌଶଳଯୁକ୍ତ ପ୍ରୟୋଗଶାଳାର ଉଦ୍ଘାଟନ କରିବା ଅବସରରେ ପ୍ରଫେସର ନନ୍ଦ କହିଥିଲେ ଯେ ସାମ୍ପ୍ରତିକ ଜୀବ ବିଜ୍ଞାନରେ ଉପଯୋଗ କରିବା ଭଳି ଅତ୍ୟାଧୁନିକ ଜ୍ଞାନକୌଶଳକୁ ଅଧିକ ଜାଣିବା ପାଇଁ ଏହି ପ୍ରୟୋଗଶାଳା ବ୍ୟବହୃତ ହେବ । ଏହା ଦ୍ୱାରା ସ୍ନାତକୋତ୍ତର ଓ ପିଏଚ୍ଡି ଶିକ୍ଷାର ମାନ ବୃଦ୍ଧି ପାଇବ । ତଥା କୃଷି ଓ ଜୀବ ବିଜ୍ଞାନର ଗବେଷଣା କ୍ଷେତ୍ରରେ ନୂତନ ଦିଗ ଉନ୍ମୁକ୍ତ ହେବ ବୋଲି ପ୍ରଫେସର ନନ୍ଦ କହିଥିଲେ ।
ଏହି ଅବସରରେ ଆଇଏଏସ୍ ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ଆଇଟିଇଆର୍ ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଡିସ୍ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ଓ ଜୈବ ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ପ୍ରଫେସର ଜ୍ଞାନ ରଞ୍ଜନ ରାଉତ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଆଇଏଏସ୍ର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କ ସହ ଅଧ୍ୟାପକ, ଅଧ୍ୟାପିକା ଓ ଗବେଷଣାରତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍