ଜମ୍ମୁ ଓ କଶ୍ମୀରର କୁଲ୍ଗାମ୍ ରେ ସୁରକ୍ଷାକର୍ମୀ-ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ । ଏହି ଗୁଳି ବିନିମୟରେ ସେନାର ୩ଜଣ ଯବାନ ସହିଦ ହୋଇଥିବା କଥା ପୁଲିସ କହିଛି । ଆତଙ୍କବାଦୀମାନଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ସୁରକ୍ଷା ବଳ ଦକ୍ଷିଣ କଶ୍ମୀରର କୁଲଗାମ ଜିଲ୍ଲା ଅନ୍ତର୍ଗତ ହାଲାନ୍ ଅରଣ୍ୟାଞ୍ଚଳ ଉପର ପ୍ରାନ୍ତରେ ‘କର୍ଡନ୍-ଆଣ୍ଡ୍-ସର୍ଚ’ ଅଭିଯାନ ଆରମ୍ଭ କରିଥିଲେ । କିନ୍ତୁ, ସେଠାରେ ଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚଳାଇବାରୁ ସୁରକ୍ଷା ବଳ ପାଲଟା ଗୁଳି ଚାଳନା କଲା । ଫଳରେ ଏନକାଉଣ୍ଟର୍ର ଜୋରଦାର ହେଲା ବୋଲି ପୁଲିସ ପକ୍ଷରୁ କୁହାଯାଇଛି । ଗୁଳି ବିନିମୟ ସମୟରେ ସେନାର ୩ଜଣ ଯବାନ ଆହତ ହୋଇଥିଲେ । କିନ୍ତୁ, ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ନିଧନ ହୋଇଛି ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ ଆମ୍ବ ଖାଇଲେ ହୋଇଥାଏ ଏହି ସମସ୍ୟା
ଶ୍ରବଣ ଓ ବାକ୍ ଶକ୍ତିର ଅସୁବିଧା ପାଇଁ ଗୋଟିଏ ସମାଧାନ
ସୋନିଆ ଓ ରାହୁଲଙ୍କ ସମ୍ପତ୍ତି ଜବତ କଲା ଇଡି