ଦେବ ଭୂମିରେ ପ୍ରକୃତିର ତାଣ୍ଡବ । ହିମାଚଳ ପ୍ରଦେଶରେ ହାହାକାର । ୫ ଦିନର ପ୍ରଳୟରେ ନିଜ ଆତ୍ମିୟସ୍ବଜନଙ୍କ ମୃତଦେହ ଖୋଜୁଛନ୍ତି ସମ୍ପର୍କୀୟ । ସିମଲାର ସମରହିଲ ଅଞ୍ଚଳରେ ୧୪ ଅଗଷ୍ଟରେ ଘଟିଥିବା ଭୂସ୍ଖଳନ ଅନେକଙ୍କୁ କରିଦେଇଛି ଅନାଥ । ଉଜାଡି ଦେଇଛି ଅନେକଙ୍କ ପରିବାର । ଏହାପରେ ବି ଶାନ୍ତ ପଡିନି ପ୍ରକୃତିର ତାଣ୍ଡବ । ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଘଟୁଛି ଅଘଟଣ । ୧ ହଜାରରୁ ଅଧିକ ଘର ଧସିଯାଇଛି । ମୃତ୍ୟୁ ସଂଖ୍ୟା ୮୦ରୁ ଅଧିକ ହୋଇଥିବାବେଳେ ଆହୁରି ଅନେକ ଶବ ମାଟିତଳେ ପୋତି ହୋଇଥିବା ଆଶଙ୍କା କରାଯାଉଛି । ମହାବିପତ୍ତି ପରେ ଚାଲିଛି ରେସ୍କ୍ୟୁ ଅପରେସନ । ସିମଲାର ସମରହିଲ, କାଙ୍ଗ୍ରା ଜିଲ୍ଲାର ଇନ୍ଦୋରା ଓ ଫତେପୁରରେ ଏନଡିଆରଏଫ, ଏସଡିଆରଏଫ ଓ ଅନ୍ୟାନ୍ୟ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପ୍ରଳୟର କରାଳ ରୂପରେ ଉତ୍ତରାଖଣ୍ଡ ବି ଥରହର ହୋଇଉଠିଛି । ଭୂସ୍ଖଳନରେ କ୍ଷତିଗ୍ରସ୍ତ ହୋଇଥିବା ଡେରାଡୁନର ଲାଙ୍ଘା ଲଖନରେ ଜାରି ରହିଛି ରେସ୍କ୍ୟୁ ଅପରେସନ । ଋଷିକେଶସ୍ଥିତ ରାମ ଝୁଲାରେ ଫାଟ ଦେଖାଦେବାରୁ ରାମ ଝୁଲାରେ ଯାନବାହନ ଚଳାଚଳ ବନ୍ଦ କରାଯାଇଛି ।
More Stories
ମହିଳା କନଷ୍ଟେବଳ ହେଲେ ଦୁଷ୍କର୍ମର ଶିକାର
କାହିଁକି ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ?
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ