ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ବା ସିଷ୍ଟମର ପ୍ରଭାବ ନାହିଁ । ସେପଟେ ମୌସୁମୀ ନିମ୍ନ ଚାପରେଖା ବି ସ୍ବାଭାବିକ ଅବସ୍ଥାନରୁ ଉତ୍ତରକୁ ଢଳିକି ରହିଛି । ଏହାଦ୍ବାରା ରାଜ୍ୟ ମଧ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ