ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ତା’ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ସଂସଦ ଅଧିବେଶନର ସୁପରିଚାଳନା ଲାଗି ବିରୋଧୀ ଦଳଙ୍କ ସହାୟତା ଲୋଡିବେ ସରକାର । ଅଦିନିଆ ଅଧିବେଶନକୁ ନେଇ ସରକାରଙ୍କୁ ବିରୋଧୀ ଦଳ ଘେରିଥିବାବେଳେ ଏହି ଅଧିବେଶନ କାର୍ଯ୍ୟକ୍ରମ ନେଇ ପୂର୍ବରୁ ସ୍ପଷ୍ଟ କରିଥିଲେ ସରକାର । ୧୮ରୁ ୨୨ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ସଂସଦର ୭୫ ବର୍ଷର ଇତିହାସ ସମ୍ପର୍କରେ ଆଲୋଚନା ହେବ । ବିଭିନ୍ନ ସଫଳତା, ଅଭିଜ୍ଞତା, ସ୍ମୃତି, ଅନୁଭୂତି ଆଦି ସମ୍ପର୍କରେ ଆଲୋଚନା ହେବ । ଏହା ସହ ୪ଟି ବିଲକୁ ମଞ୍ଜୁରୀ ଦିଆଯିବ ବୋଲି ମିଳିଛି ସୂଚନା । ସେଥିରେ ରହିଛି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତି ସଂକ୍ରାନ୍ତ ବିଲ୍, ଯାହାକୁ ନେଇ ତୀବ୍ର ବିବାଦ ସୃଷ୍ଟି ହୋଇଥିଲା । ଡାକଘର ବିଲ, ଆଡଭୋକେଟ ସଂଶୋଧନ ବିଲ୍, ପ୍ରେସ ଓ ପଞ୍ଜିକରଣ ବିଲକୁ ମଧ୍ୟ ମଞ୍ଜୁରୀ ମିଳିବ ବୋଲି ସୂଚନା ମିଳିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ