ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ । ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ । ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିବା ବେଳେ ବିଧାନସଭାରେ ବାଚସ୍ପତି ପଦ ପାଇଁ ଜଣେ ମହିଳାଙ୍କ ନାଁ ଘୋଷଣା କରି ଉଦାହରଣ ସୃଷ୍ଟି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି । ଏଥିସହ ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ବାଚସ୍ପତି ହେବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରମିଳା ମଲ୍ଲିକ । ୨୦୨୨ରେ ତାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଦାୟିତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଆଜି ସେ ନାମାଙ୍କନ ପତ୍ର ଦାଖଲ କରିବେ । ଆସନ୍ତାକାଲି ପୂର୍ବାହ୍ନ ସାଢେ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ସଂଖ୍ୟାଦୃଷ୍ଟିରୁ ପ୍ରମିଳା ମଲ୍ଲିକ ଆପାତତଃ ବିଜୟୀ ହେବେ । ପ୍ରମିଳା ହେବେ ଓଡିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା