ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଥିବା ଶିବଶକ୍ତି ପଏଣ୍ଟରେ ସୂର୍ଯ୍ୟକିରଣ ପଡିଛି । ଫଳରେ ସୁପ୍ତ ହୋଇ ପଡି ରହିଥିବା ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନ ସତେଜ ହେବା ଆଶା ଉଜ୍ଜୀବିତ ହୋଇଛି । ସେପଟେ ଇସ୍ରୋର ଚନ୍ଦ୍ର ଅଭିଯାନର ଅନ୍ତ ହେବ ନା ସ୍ଲିପମୋଡରେ ଥିବା ବିକ୍ରମ ଓ ପ୍ରଜ୍ଞାନ ଜାଗ୍ରତ ହେବେ ? ଏହାକୁ ନେଇ ଜାରି ରହିଛି ସସପେନ୍ସ । ବର୍ତ୍ତମାନ ଚନ୍ଦ୍ରର ଦକ୍ଷିଣ ମେରୁରେ ସ୍ଲିପ ମୋଡରେ ରହିଛନ୍ତି ବିକ୍ରମ ଓ ପ୍ରଜ୍ଞାନ । ସେମାନଙ୍କୁ ଜାଗ୍ରତ କରିବା ଲାଗି ଚେଷ୍ଟା କରିବ ଇସ୍ରୋ । ଯଦି ଉଭୟ ବିକ୍ରମ ଓ ପ୍ରଜ୍ଞାନକୁ ଜାଗ୍ରତ କରିବାରେ ଇସ୍ରୋ ସଫଳ ହୁଏ ତେବେ ଇସ୍ରୋର ବିଜ୍ଞାନ କାରିଗରୀର ଉତ୍କର୍ଷତା ପୁଣି ପ୍ରତିପାଦିତ ହେବ । ଏହା ସହ ଅନ୍ୟାନ୍ୟ ପ୍ରସଙ୍ଗରେ ଇସ୍ରୋ ଗବେଷଣା କରିବାକୁ ସକ୍ଷମ ହେବ ।
“The eyes believe themselves, the ears believe other people.”
More Stories
ନାଭିରେ ପ୍ରତିଦିନ ଲଗାନ୍ତୁ ମହୁ, ରହିବନି ଏହି ସବୁ ସମସ୍ୟା
ପିଲାଙ୍କ ଠାରେ ଏହି ଲକ୍ଷଣ ଦେଖାଗଲେ ହୋଇଯାଆନ୍ତୁ ସାବଧାନ
ଶାନ୍ତିରେ ଚା ପିଇଲେ କମୁଛି ମୃତ୍ୟୁ ହାର