ଦିନିକିଆ କ୍ରିକେଟ ବିଶ୍ବକପ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟଡାଉନ୍ । ବିଶ୍ବକପ ପୂର୍ବରୁ ଆଜିଠୁ ଆରମ୍ଭ ହେଉଛି ଓ୍ବାର୍ମଅପ ମ୍ୟାଚ୍ । ପ୍ରଥମ ଦିନରେ ୩ଟି ମ୍ୟାଚ୍ ଖେଳାଯିବ । ବାଂଲାଦେଶ-ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ଓ ନ୍ୟୁଜିଲାଣ୍ଡ-ପାକିସ୍ତାନ ମଧ୍ୟରେ ଖେଳାଯିବ ଓ୍ବାର୍ମଅପ ମ୍ୟାଚ୍ । ଗୌହାଟିରେ ବାଂଲାଦେଶ ଓ ଶ୍ରୀଲଙ୍କା ମୁହାଁମୁହିଁ ହେବାକୁ ଥିବାବେଳେ ଆଫ୍ରିକା ଓ ଆଫଗାନିସ୍ତାନ ମଧ୍ୟରେ ମ୍ୟାଚ୍ ଥିରୁବନନ୍ତପୁରମ ଏବଂ ହାଇଦ୍ରାବାଦରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ । ଭାରତୀୟ ଦଳ ଦୁଇଟି ଓ୍ବାର୍ମ ଅପ୍ ମ୍ୟାଚ୍ ଖେଳିବ । ଶୁକ୍ରବାର ନ୍ୟୁଜିଲାଣ୍ଡ ସହିତ ଓ ଅକ୍ଟୋବର ୩ରେ ନେଦରଲ୍ୟାଣ୍ଡ ବିପକ୍ଷରେ ଖେଳିବ ଓ୍ବାର୍ମଅପ ମ୍ୟାଚ୍ । ଆସନ୍ତା ୫ତାରିଖରୁ ବିଶ୍ବକପର ଲିଗ୍ ମ୍ୟାଚ ଆରମ୍ଭ ହେବ । ପ୍ରଥମ ମ୍ୟାଚ୍ ନ୍ୟୁଜିଲାଣ୍ଡ ଓ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ । ଅକ୍ଟୋବର ୮ରେ ଅଷ୍ଟ୍ରେଲିଆ ବିପକ୍ଷରେ ବିଶ୍ବକପ ଅଭିଯାନ ଆରମ୍ଭ କରିବ ଭାରତ । ୧୧ ଅକ୍ଟୋବରରେ ଭାରତ ଆଫଗାନିସ୍ତାନକୁ ଭେଟିବାକୁ ଥିବାବେଳେ ୧୪ ଅକ୍ଟୋବରରେ ପାକିସ୍ତାନକୁ ଟକ୍କର ହେବ । ନଭେମ୍ବର ୧୯ତାରିଖରେ ବିଶ୍ବକପ ଫାଇନାଲ ଖେଳାଯିବ ।
“The eyes believe themselves, the ears believe other people.”
More Stories
ଇଂଲଁଣ୍ଡ-ଇଣ୍ଡିଆ ମୁହାଁମୁହିଁ
ରଣଜୀ ଟ୍ରଫି ଖେଳିବେ କୋହଲି
ଖେଳରତ୍ନର ବିଜେତା ହେଲେ ଗୁକେଶ୍, ମନୁ..