ଶନିବାର ଗୃହରେ ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ରହିଛି l ପଞ୍ଚାୟତି ରାଜ ଓ ସ୍କୁଲ୍ ଗଣଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ l ସେହିପରି ପର୍ଯ୍ୟଟନ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ଅବକାରୀ, ଆଇନ, ମିଶନ ଶକ୍ତି, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ର ପ୍ରଶ୍ନ କାଳ ରହିଛି l ମୁଖ୍ୟ ବିରୋଧୀ ବିଜେପି ବିଧାୟକ ମାନେ ଗୃହକୁ ନଚଳାଇ ଦେବାକୁ ରଣନୀତି କରି ଆସୁଥିବାରୁ ପ୍ରଶ୍ନକାଳ ସ୍ଵାଭାବିକ ଭାବେ ଚାଲିବ କି ନାହିଁ ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି l ଗୁରୁବାର ବିଧାନସଭାରେ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି ବିଜେପି । ବାଚସ୍ପତିଙ୍କ ଚେୟାରକୁ ଡାଲି ଫୋପାଡ଼ି ଗୃହର ମର୍ଯ୍ୟାଦା କ୍ଷୁର୍ଣ୍ଣ କରିଛି ବିଜେପି । ଏନେଇ ବିଜେପିର ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛି ଗୃହ l ବିଜେପି ବିଧାୟକଙ୍କ ଏପରି ଆଚରଣ ନେଇ ପୁରା ଓଡ଼ିଶା ନିନ୍ଦା କରିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ