ଆଜି ରାଜ୍ୟରେ ଯାତ୍ରୀ ପରିବହନ କ୍ଷେତ୍ରରେ ଲେଖାହେବ ନୂଆ ଅଧ୍ୟାୟ । ଯୋଡି ହେବ ଗାଁରୁ ରାଜଧାନୀ । ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି ସମେତ ୪ଟି ଜିଲ୍ଲାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ମାଲକାନଗିରି ଜିଲ୍ଲାରୁ ଗଡ଼ିବ ୩୬ଟି ବସ୍ । ଲକ୍ଷ୍ମୀ ଯୋଜନା ଅଧୀନରେ ବ୍ଲକ ସଂଯୋଗୀକରଣ ଦ୍ବାରା ପଞ୍ଚାୟତରୁ ବ୍ଲକ, ଜିଲ୍ଲା ସଂଯୋଗୀକରଣ ଦ୍ବାରା ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ, ଜଗନ୍ନାଥ ଏକ୍ସପ୍ରେସ ମାଧ୍ୟମରେ ଜିଲ୍ଲା ମୁଖ୍ୟାଳୟକୁ ଭୁବନେଶ୍ବର ଓ ପୁରୀକୁ ଯୋଗାଯୋଗ ସୁବିଧା ଯୋଗାଇ ଦିଆଯିବ । ଅନ୍ତଃଜିଲ୍ଲା ଓ ଆନ୍ତଃକ୍ଲଷ୍ଟର ମଧ୍ୟରେ ଯୋଗାଯୋଗ ସୁବିଧା ଉପଲବ୍ଧ କରାଯିବ । ଯୋଜନାରେ ମହିଳା ସଶକ୍ତିକରଣକୁ ପ୍ରାଥମିକତା ଦିଆଯାଇଛି । ଏସଏଚଜି ସଦସ୍ୟା ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ସହ କର୍ମକ୍ଷେତ୍ରରେ ନିରାପଦ ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଉଛି । ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା । ଯୋଜନା ଅଧିନରେ ହଜାରେରୁ ଅଧିକ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖାଯାଇଛି । ପ୍ରଥମ ତିନି ବର୍ଷରେ ୩ ହଜାର ୧୭୮ କୋଟି ଟଙ୍କା ଖର୍ଚ୍ଚ ହେବ । ଏହାର ଅବଧି ୧୦ ବର୍ଷ ପର୍ଯ୍ୟନ୍ତ ରହିଥିବାବେଳେ ପ୍ରଦର୍ଶନ ଆଧାରରେ ଆଉ ୨ ବର୍ଷ ବୃଦ୍ଧି କରାଯାଇ ପାରିବ ।
More Stories
ଆଗାମୀ 3 ଘଣ୍ଟା ଗୁରୁତ୍ବପୂର୍ଣ୍ଣ, ସାବଧାନ ରୁହନ୍ତି ଏହି 5 ଜିଲ୍ଲା
ନିଯୁକ୍ତି ପାଇବେ ୬୦୨୫ଟି ଲିଭ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ
ମହିଳା ଆୟୋଗରେ ଭର୍ତ୍ତି ଥିବା ବିଜେଡି ନେତ୍ରୀଙ୍କୁ ବରଖାସ୍ତ କଲେ ମୋହନ