ଆଜି ରାଜ୍ୟରେ ଯାତ୍ରୀ ପରିବହନ କ୍ଷେତ୍ରରେ ଲେଖାହେବ ନୂଆ ଅଧ୍ୟାୟ । ଯୋଡି ହେବ ଗାଁରୁ ରାଜଧାନୀ । ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରିର ବଣ୍ଡାଘାଟିରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ନବୀନ । ନିଜେ ମାଲକାନଗିରି ଯାଇ ଲୋକାଭିମୁଖି ଯୋଜନାକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ । ଆଜିଠୁ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ ସେବା ଆରମ୍ଭ ହେବ। ପରବର୍ତ୍ତୀ ସମୟରେ ପୂରା ଓଡ଼ିଶାରେ ଏହା ଚଳାଚଳ କରିବ । ବିଶେଷକରି ଗ୍ରାମାଂଚଳ ଲୋକମାନେ ଯାତାୟତରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ତାହା ଉପରେ ଅଧିକ ଫୋକସ କରାଯାଇଛି ।
More Stories
ଆଗାମୀ 3 ଘଣ୍ଟା ଗୁରୁତ୍ବପୂର୍ଣ୍ଣ, ସାବଧାନ ରୁହନ୍ତି ଏହି 5 ଜିଲ୍ଲା
ନିଯୁକ୍ତି ପାଇବେ ୬୦୨୫ଟି ଲିଭ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ
ମହିଳା ଆୟୋଗରେ ଭର୍ତ୍ତି ଥିବା ବିଜେଡି ନେତ୍ରୀଙ୍କୁ ବରଖାସ୍ତ କଲେ ମୋହନ