The Topmost

“The eyes believe themselves, the ears believe other people.”

ମହାମାୟାଙ୍କର ଭସାଣ ଉତ୍ସବ

ସରିଲା ଦଶହରା । ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା । ଆକ୍ସନ ଦେଖାଇବେ ଅଘୋରୀ ଗ୍ରୁପ । ମାଆଙ୍କୁ ମେଲାଣି ପାଇଁ ବିଭିନ୍ନ ପୂଜା ମଣ୍ଡପ ଗୁଡିକ ପ୍ରସ୍ତୁତି କରିଛନ୍ତି । ରାଜଧାନୀ ଭୁବନେଶ୍ବରରେ ମାଆଙ୍କ ଭସାଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭସାଣ ସମୟରେ ଯେଭଳି ଟ୍ରାଫିକ ସମସ୍ୟା ନଉପୁଜେ ସେଥିପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି  । ରାଜଧାନୀରେ ମୋଟ ୩୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ୧୫୦ ଜଣ ବରିଷ୍ଠ ପୋଲିସ ଅଧିକାରୀ ବିଭିନ୍ନ ସ୍ଥାନରେ ନଜର ରଖିବେ । ମାଆଙ୍କୁ ବିସର୍ଜନ ପାଇଁ କୁଆଖାଇ ଓ ଦୟାନଦୀ କୂଳରେ ଅସ୍ଥାୟୀ ପୋଖରୀ ଖୋଳାଯାଇଛି । ନଦୀ ଭିତରକୁ ଯିବା ଉପରେ କଟକଣା କରାଯାଇଛି । ଅସ୍ଥାୟୀ ପୋଖରୀ ଗୁଡ଼ିକ ନିକଟରେ ପୋଲିସ ମୁତୟନ ହେବାକୁ ଥିବାବେଳେ, ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ବୋଟ ଧରି ଉପସ୍ଥିତ ରହିବେ ।