ଜାନୁଆରୀ ୧୭ରେ ହେବ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା । ୫ ଦିନ ଧରି ପୂଜାର୍ଚ୍ଚନା କରାଯିବ । ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ସକାଳୁ ଶ୍ରୀ ଜଗନ୍ନାଥ ବଲ୍ଲଭ ପାର୍କିଂ ନିର୍ମାଣ, ଶ୍ରୀସେତୁ ନିର୍ମାଣ ଆଦି କାର୍ଯ୍ୟ ବୁଲି ଦେଖି ଅନୁଧ୍ୟାନ କରିଛନ୍ତି ଗଜପତି ମହାରାଜା । ଅଧିକାରୀଙ୍କ ସହିତ ଆଲୋଚନା କରିବା ସହ ନିର୍ମାଣ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିଥିଲେ । ଗଜପତି ମହାରାଜାଙ୍କ ସହ ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ପ୍ରକଳ୍ପ ଅନୁଧ୍ୟାନ କରିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା