ଦୀପାବଳିରେ ଫୁଟାଇବେ କେଉଁ ବାଣ ? ସୁପ୍ରିମକୋର୍ଟ ପ୍ରଦୂଷଣ ସୃଷ୍ଟିକାରୀ ବାଣ ଫୁଟାଇବା ଉପରେ କଟକଣା ଜାରି କରିଛନ୍ତି । ସୁପ୍ରିମକୋର୍ଟଙ୍କ କଟକଣା ପରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ଲୋକେ ଦୀପାବଳିରେ କେଉଁ ବାଣ ଫୁଟାଇବେ ତାକୁ ନେଇ ବିତର୍କ ଆରମ୍ଭ ହୋଇଛି । ସୁପ୍ରିମକୋର୍ଟ କହିଛନ୍ତି, ୧୨୫ ଡେସିବିଲରୁ ଅଧିକ ଶଦ୍ଦ ପ୍ରଦୂଷଣ ବାଣ ଫୁଟିବ ନାହିଁ । ଅଧିକ ଶବ୍ଦ ଓ ପ୍ରଦୂଷଣ କରୁଥିବା ବାଣ ଫୁଟାଇପାରିବେ ନାହିଁ । ସବୁଜ ବାଣ ଫୁଟାଇବା ଉପରେ କୌଣସି ପ୍ରତିବନ୍ଧକ ନାହିଁ । ଅତ୍ୟଧିକ ପ୍ରଦୂଷଣ ସୃଷ୍ଟିକାରୀ ବାଣ ଉପରେ ବ୍ୟାନ ଲଗାଇଛନ୍ତି ସୁପ୍ରିମକୋର୍ଟ । ବୋରିୟମ ସଲ୍ଟ ଓ ରାସାୟନିକ ସାମଗ୍ରୀ ବ୍ୟବହାରକାରୀ ବାଣ ଉପରେ ରୋକ୍ ଲାଗିଛି । କୋର୍ଟ କହିଛନ୍ତି, ବାଣ ଦୋକାନରେ କେବଳ ସବୁଜ ବାଣ ବିକ୍ରି ହୋଇପାରିବ । ଏହି ବାଣରେ ସବୁଜ ରଙ୍ଗ ଲୋଗୋ ଥାଏ । ସବୁଜ ବାଣ ଧୂଆଁ କିମ୍ବା ପାଉଁଶ ସୃଷ୍ଟି କରେ ନାହିଁ । ବାଣ ଫୁଟିଲେ ଏହାର ଶଦ୍ଦ ୧୧୦ରୁ ୧୨୫ ଡେସିମିଲ ମଧ୍ୟରେ ସୀମିତ ଥାଏ । ଏହି ବାଣ ପରିବେଶକୁ କୌଣସି କ୍ଷତି ପହଞ୍ଚାଇନଥାଏ ଓ ପ୍ରଦୂଷଣ ରହିତ ହୋଇଥାଏ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ