ଜୋରସୋରରେ ଆଗେଇ ଚାଲିଛି ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ । ନୂଆବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଆଜି ଦିଲ୍ଲୀ ମେଟ୍ରୋ ସହିତ ବୁଝାମଣାପତ୍ର ସ୍ବାକ୍ଷର କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍ର ବରିଷ୍ଠ ଅଧିକାରୀ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏମ୍ଓୟୁ ସ୍ବାକ୍ଷର ହେବ । ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ । ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୫ ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଏବଂ ୪ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 5T ଉପକ୍ରମରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଭୁବନେଶ୍ବର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା