ବାରିପଦା ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରୁ ଆସିଥିବା ମେନୁ ଅନୁସାରେ ମହାମହିମଙ୍କ ପାଇଁ ପ୍ରସ୍ତୁତ ହେଉଛି ଖାଦ୍ୟ । ସୂଚନା ଅନୁସାରେ ମଧ୍ୟାହ୍ନ ଭୋଜନରେ ରାଷ୍ଟ୍ରପତି, ଜହ୍ନି ତରକାରୀ, ପରିବା ସିଝା, ବଥୁଆ ଶାଗ, ହରଡ ଡାଲି , ବାଜରା ରୋଟି, ମୁଗେଇ ଚାଉଳ ଭାତ, ମିଠା ଦହି, ଗ୍ରୀନ ସାଲାଡ୍ ,ପାମ୍ପଡ , ରସମଲେଇ ଖାଇବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ବାରିପଦା ପୁଲିସ ପଡିଆରେ ପହଞ୍ଚିବା ପରେ ସହିଦ ସ୍ମୃତି ଭବନରେ ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି । ବାରିପଦାରେ ମଧ୍ୟାନ୍ନ ଭୋଜନ ପରେ ୨ଟା ୩୫ମିନିଟ୍ରେ କୁଳିଅଣା ବ୍ଲକର ଏକଲବ୍ୟ ମଡେଲ ଆବାସିକ ସ୍କୁଲର ଉଦଘାଟନ କରିବେ । ଏହାପରେ ଅପରାହ୍ନ ୩ଟା ୧୫ ମିନିଟରେ ରାଇରଙ୍ଗପୁର ଅଭିମୁଖେ ବାହାରିବେ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା