The Topmost

“The eyes believe themselves, the ears believe other people.”

ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେବେ ମହାବାହୁ

ଆଜି ପଞ୍ଚୁକର କାର୍ତ୍ତିକ ଶୁକ୍ଳ ଚତୁର୍ଦଶୀ । ଏହାକୁ ମହାକାର୍ତ୍ତିକ ମାସର ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ମଧ୍ୟ କୁହାଯାଏ । ଏହି ଅବସରରେ ଶ୍ରୀବିଗ୍ରହଙ୍କୁ ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯିବ । ଶ୍ରୀମନ୍ଦିର ଦ୍ୱାର ଫିଟା ପରେ ବିଭିନ୍ନ ନୀତିକାନ୍ତି ବଢ଼ି ଶ୍ରୀଜୀଉମାନଙ୍କ ଅବକାଶ ନୀତି ପରେ ଆଣମ୍ଭ ହେବ ଲକ୍ଷ୍ମୀନୃସିଂହ ବେଶ । ବିଭିନ୍ନ ପ୍ରକାରର ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉମାନେ ବିଭୂଷିତ ହୋଇ ରତ୍ନସିଂହାସନରେ ବିରାଜମାନ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ । ତେଣୁ ଏହାକୁ ଡାଳିକିଆ ବେଶ କୁହାଯାଏ । ସେପଟେ ପଞ୍ଚୁକକୁ ନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ବିଭିନ୍ନ ଅଞ୍ଚଳରୁ ଛୁଟି ଆସିଛନ୍ତି ହଜାର ହଜାର ହବିଷ୍ୟାଳି ।