ଆଜି ଓଡ଼ିଶା ଫେରିବେ ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୫ ଓଡ଼ିଆ ଶ୍ରମିକ । ଗତକାଲି ସମସ୍ତ ୫ ଓଡ଼ିଆ ଶ୍ରମିକ ଋଷିକେଶ ଏମ୍ସରୁ ଡିସଚାର୍ଜ ହେବା ପରେ ଦିଲ୍ଲୀ ଆସି ଓଡ଼ିଶା ଭବନରେ ରହିଥିଲେ। ଆଜି ଶ୍ରମିକ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆଣି ଭୁବନେଶ୍ବର ଆସିବେ ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ସହ ଶ୍ରମ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ରହି ଶ୍ରମିକଙ୍କୁ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେଉଛନ୍ତି । ଉତ୍ତରକାଶୀ ଟନେଲରୁ ଉଦ୍ଧାର ହେବା ପରେ ଚିକିତ୍ସାଧୀନ ଓଡ଼ିଆ ଶ୍ରମିକଙ୍କ ସହ କଥା ହୋଇଥିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ହସ୍ପିଟାଲରେ ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ଉପସ୍ଥିତିରେ ଶ୍ରମିକଙ୍କ ସହ ଭିଡିଓ କଲ କରି କଥା ହୋଇଥିଲେ ଫାଇଭ-ଟି ଅଧ୍ୟକ୍ଷ। ଶ୍ରମିକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପଚାରି ବୁଝିଥିଲେ। ଓଡ଼ିଆ ଶ୍ରମିକଙ୍କୁ ରାଜ୍ୟ ସରକାର ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ କୃତଜ୍ଞତା ଜ୍ଞାପନ ସହ ଧନ୍ୟବାଦ ଜଣାଇଛନ୍ତି ଶ୍ରମିକ ଓ ସେମାନଙ୍କ ପରିବାର ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ