ଆଜି ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି । ଏହି ଅବସରରେ ଶ୍ରୀ ବିଗ୍ରହ ମାନଙ୍କ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଶ୍ରଦ୍ଧାଳୁ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା