ପୁଣି ଫେରିଲା ପଥୋତ୍ସବ । ଆଜିଠୁ ଭୁବନେଶ୍ବରରେ ପାଳିତ ହେଉଛି ପଥୋତ୍ସବ । ନୂଆ ଢଙ୍ଗ ଓ ନୂଆ ରୂପରେ ଶୀତୁଆ ସକାଳରେ ରାଜଧାନୀକୁ ଫେରିଛି ପଥୋତ୍ସବ । ମାଷ୍ଟରକ୍ୟାଣ୍ଟିନ ଛକରୁ ରାମ ମନ୍ଦିର ଯାଏଁ ଜମିଛି ଭିଡ଼ । ମାଷ୍ଟରକ୍ୟାଣ୍ଟିନ ଛକରେ ମୁଖ୍ୟ ମଞ୍ଚ ରହିବା ସହ ରାମ ମନ୍ଦିର ନିକଟରେ ଦ୍ବିତୀୟ ମଞ୍ଚ ନିର୍ମାଣ କରାଯାଇଛି । ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରଯାଉଛି । ପଥୋତ୍ସବକୁ ପରିଚାଳନା କରିବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି । ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ଚାଲିବ କାର୍ଯ୍ୟକ୍ରମ । ଏଥିରେ ଅଂଶଗ୍ରହଣ କରିବାକୁ ବିଭିନ୍ନ ସ୍କୁଲ, କଲେଜ, କ୍ରୀଡା ସଂଗଠନ, କଳାକାର, ଏଏସଏଚଜି ପ୍ରମୁଖଙ୍କୁ ଆମନ୍ତ୍ରଣ କରାଯାଇଛି । ଚଳିତବର୍ଷ ୩ଟି ଜୋନରେ ପଥୋତ୍ସବ ଅନୁଷ୍ଠିତ ହେବ । ଆଜି ଦକ୍ଷିଣ-ପଶ୍ଚିମ ଜୋନ, ଜାନୁଆରୀ ୭ ଏବଂ ୨୧ରେ ଅନ୍ୟ ଦୁଇଟି ଜୋନରେ ଅନୁଷ୍ଠିତ ହେବ ବୋଲି କହିଛନ୍ତି କମିଶନର ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା