ଆଜି ବଲାଙ୍ଗୀରବାସୀଙ୍କୁ ନୂଆବର୍ଷ ଭେଟିଦେବେ ରାଜ୍ୟ ସରକାର । ଲୋକାର୍ପିତ ହେବ ବଲାଙ୍ଗୀରର ଜୀବନ ରେଖା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ । ବଲାଙ୍ଗୀର ଯାଇ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ । ୫ହଜାର ୨୮୪ କିମି ବିଶିଷ୍ଟ ଦୀର୍ଘ ଜଳସେଚନ ବ୍ୟବସ୍ଥା ପ୍ରସ୍ତୁତ ହୋଇଛି। ପ୍ରକଳ୍ପ ଦ୍ବାରା ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାର ୨୦୬ଟି ଗାଁର ୮୦ ହଜାର କୃଷକ ଉପକୃତ ହେବେ । ୧୯୯୮ ମସିହାରେ ଲୋୟର ସୁକତେଲ ଜଳସେଚନ ପାଇଁ ଯୋଜନା ହୋଇଥିଲା । ୨୦୨୧ ମସିହାରେ ପ୍ରକଳ୍ପଟି 5Tକୁ ଅଧୀନକୁ ଆସିବା ପରେ ତୀକ୍ର ବେଗରେ ଆଗେଇଥିଲା କାମ। 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗ୍ରାଉଣ୍ଡ ସମୀକ୍ଷା କରିବା ସହ ସପ୍ତାହକୁ ସପ୍ତାହ ଅପଡେଟ୍ ନେଇଥିଲେ । ୩୦୫ କୋଟି ଟଙ୍କାର ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ହେବାକୁ ଥିବାବେଳେ ୨ ହଜାର ୨୨୦ କୋଟି ଟଙ୍କାର ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା