ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍ । ଚେନ୍ନାଇ ଠାରେ ଥିବା କେନ୍ଦ୍ରସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ବିଧିବଦ୍ଧ ଭାବେ ମାନ୍ୟତା ପ୍ରଦାନ କରାଯାଇଛି । କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ ବର୍ଷ ତଳେ ପ୍ରୟାସ ଆରମ୍ଭ ହୋଇଥିଲା । ଜିଲାପାଳଙ୍କ ସବୁଜ ସଙ୍କେତ ମିଳିବା ପରେ ବୈଠକ କରାଯାଇ ଏଥିରେ ସହମତି ପ୍ରକାଶ ପାଇଥିଲା । ଆବଶ୍ୟକୀୟ ଡକ୍ୟୁମେଣ୍ଟସ୍ ପ୍ରସ୍ତୁତ କରାଯାଇ ଓୟୁଏଟିକୁ ଦିଆଯାଇଥିଲା । ଓୟୁଏଟି ପକ୍ଷରୁ ଆବଶ୍ୟକ କାଗଜାତ ଜିଆଇ ଟ୍ୟାଗ କାର୍ଯ୍ୟାଳୟ ଚେନ୍ନାଇକୁ ପଠାଯାଇଥିଲା । ତେବେ ଏହି କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ । ନୟାଗଡ଼ ଜିଲ୍ଲା ପ୍ରଶାସନ ସହାୟତାରେ କଣ୍ଟିଲୋ ସ୍ଥିତ ନୀଳମାଧବ କୃଷି ସଂଗଠନ ଏହି କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ମାନ୍ୟତା ପାଇଁ ଆବେଦନ କରିଥିଲା l ପୋଷକ ତତ୍ତ୍ବରେ ପରିପୂର୍ଣ୍ଣ ଏହି ବାଇଗଣର ସ୍ବାଦ ମଧ୍ୟ ଭାରୀ ନିଆରା l
More Stories
ମଣ୍ଡିରୁ ଧାନଉଠା ବିଳମ୍ବରେ କାରଣ ଦର୍ଶାଅ ନୋଟିସ୍
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ