ଆସନ୍ତା ୨୨ ରେ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା । ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ପୂରା ଅଯୋଧ୍ୟା । ଦେଶର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ଛୁଟି ଆସୁଛନ୍ତି ଭକ୍ତ । ତେବେ ଏହାପୂର୍ବରୁ ସର୍ତକ ସୂଚନା ଜାରି କରିଛି ଗୁଇନ୍ଦା ବିଭାଗ । ରାମ ମନ୍ଦିରର ଉଦଘାଟନ କାର୍ଯ୍ୟକ୍ରମ ଆତଙ୍କବାଦୀଙ୍କ ଟାର୍ଗେଟରେ ଥିବା ନେଇ ସତର୍କ କରିଛି ଯାଞ୍ଚ ଏଜେନ୍ସି । କାର୍ଯ୍ୟକ୍ରମରେ ସାମିଲ ହେବାକୁ ଥିବା ପ୍ରତିଷ୍ଠିତ ବ୍ୟକ୍ତି ଓ ରାଜନେତାଙ୍କୁ ଟାର୍ଗେଟ କରାଯାଇପାରେ । କିଛି ନିର୍ଦ୍ଦିଷ୍ଟ ଲୋକଙ୍କ ଜରିଆରେ ଏହି କାମ କରିବାକୁ ଆତଙ୍କବାଦୀ ସଙ୍ଗଠନ ଓ ଆଇଏସଆଇ ଯୋଜନା କରୁଥିବା ନେଇ ସତର୍କ କରିଛି ଗୁଇନ୍ଦା ବିଭାଗ । ଏହି ଗୁଇନ୍ଦା ସୂଚନା ମିଳିବା ପରେ ସମସ୍ତ ସୁରକ୍ଷା ଯାଞ୍ଚ ଏଜେନ୍ସି ମିଳିତ ଭାବେ ବୈଠକ କରିବା ସହ ଯେପରି ସେଭଳି କୌଣସି ଅଘଟଣ ନ ଘରେ ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି । ଅନ୍ୟପଟେ ରାମମନ୍ଦିରର ଉଦଘାଟନ ପାଇଁ ଅଯୋଧ୍ୟାରେ ସୁରକ୍ଷାବ୍ୟବସ୍ଥାକୁ କଡାକଡି କରାଯାଇଛି । ସିସିଟିଭି ଜରିଆରେ ପୂରା ଅଞ୍ଚଳ ଉପରେ ନଜର ରଖାଯାଇଛି । ଅଯୋଧ୍ୟାର ୟେଲୋ ଜୋନ୍ ୧୦୭୧୫ ଏଆଇ ଆଧାରିତ କ୍ୟାମେରା ଲଗାଯାଇଛି । ଯେଉଁ କ୍ୟାମେରାରେ ଚେହେରା ଚିହ୍ନଟ ହେବା ସହ ସମସ୍ତ ତଥ୍ୟକୁ ବେଶ ସହଜରେ ହାସଲ କରାଯାଇପାରିବ ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା