The Topmost

“The eyes believe themselves, the ears believe other people.”

‘ବିଜେପି ପାଇଁ ମଣିପୁର ଭାରତର ଅଂଶ ନୁହେଁ’

ଜାରି ରହିଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା । ହିଂସାଗ୍ରସ୍ତ ମଣିପୁରର ଥୋବାଲ ଠାରୁ ସାଂସଦ ରାହୁଲ ଗାନ୍ଧିଙ୍କ ନେତୃତ୍ବରେ ଯାତ୍ରା ଆରମ୍ଭ ହୋଇଛି । ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ଓ ବିଜେପିକୁ ଜୋରଦାର ଟାର୍ଗେଟ୍‌ କରିଛନ୍ତି । ମଣିପୁରରେ ଲାଗି ରହିଥିବା ହିଂସାକୁ ନେଇ ସେ ପ୍ରବଳ ବର୍ଷିଛନ୍ତି । ଭାରତ ଯୋଡୋ ନ୍ୟାୟ ଯାତ୍ରାକୁ ଆରମ୍ଭ କରି ରାହୁଲ କହିଛନ୍ତି ଯେ ଜୁନ ୨୯ ପରଠାରୁ ମଣିପୁରରେ ଶାସନ ପୂରା ଢ଼ାଞ୍ଚା ନଷ୍ଟ ହୋଇଯାଇଛି । ପୂରା ରାଜ୍ୟରେ ଘୃଣା ବ୍ୟାପି ଯାଇଛି । ଲଜ୍ଜାଜନକ ଯେ ପ୍ରଧାନମନ୍ତ୍ରୀଙ୍କୁ ଆଜି ଯାଏଁ ମଣିପୁର ଯିବାକୁ ସମୟ ମିଳିନାହିଁ । ସେ ମଣିପୁରକୁ ଥରଟିଏ ବି ଗସ୍ତ କରିନାହାଁନ୍ତି । ବିଜେପିର ରାଜନୀତି ଯୋଗୁଁ ମଣିପୁର ଯାହା ପାଇବା ଆବଶ୍ୟକ ତାହା ହରାଇଛି । ମଣିପୁର ହିଂସାରେ ଏତେ ଲୋକ ମରିଲେ । ଲୋକେ ଦୁଃଖ ଭୋଗିଲେ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି ଲୋକଙ୍କ ହାତ ଧରିବାକୁ ଆସିଲେ ନାହିଁ । ବୋଧହୁଏ ବିଜେପି ପାଇଁ ମଣିପୁର ଭାରତର ଅଂଶ ନୁହେଁ ବୋଲି ରାହୁଲ ଗାନ୍ଧୀ କହିଛନ୍ତି ।