ରବିବାର ସୋଆ ବିଶ୍ୱବିଦ୍ୟାଳୟରେ ପ୍ରଥମ ସୋଆ ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ ଫେଷ୍ଟିଭାଲ ଆରମ୍ଭ ହୋଇଛି । ଏଥିରେ ୧୨ଟି ଦେଶରୁ ଭାଗ ନେଉଥିବା ଚେସ ଖେଳାଳୀ ମାନଙ୍କ ମଧ୍ୟରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୨ ଜଣ ଇଂଟରନ୍ୟାସନାଲ ମାଷ୍ଟର ରହିଛନ୍ତି । ଏହି ପ୍ରତିଯୋଗିତାକୁ ଓଡ଼ିଶାର କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଦଘାଟନ କରି ରାଜ୍ୟ ସରକାର କ୍ରୀଡାକୁ ପ୍ରୋତ୍ସାହନ ଦେବାରେ ଏକ ନୂତନ ଦିଗନ୍ତ ସୃଷ୍ଟି କରିଛନ୍ତି ବୋଲି କହିଥିଲେ । ଉଦଘାଟନ ସମାରୋହରେ କ୍ରୀଡା, ଯୁବ ବ୍ୟାପାର, ଗୃହ, ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ରାଜ୍ୟମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଉଦଘାଟନ ସମାରୋହରେ ଉପସ୍ଥିତ ଥିଲେ ।
ଅଲ ଓଡ଼ିଶା ଚେସ ଆସୋସିଏସନ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତା ନିମନ୍ତେ ସୋଆ ସହାୟତା ଯୋଗାଇଥିବା ବେଳେ ଏଥି ନିମନ୍ତେ ଇଂଟରନ୍ୟାସନାଲ ଚେସ ଫେଡେରସନ, ଅଲ ଇଣ୍ଡିଆ ଚେସ ଫେଡେରେସନ, ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ସମର୍ଥନ ମିଳିଛି । ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଥିଲେ ଏନଆଇଆରଏଫ ରାଙ୍କିଙ୍ଗରେ ୧୫ତମ ସ୍ଥାନ ଅଧିକାର କରିଥିବା ସୋଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କର ବହୁବିଧ ବିକାଶ ନିମନ୍ତେ ଉଦ୍ୟମ କରୁଛି । ଏହି ବିଶ୍ୱବିଦ୍ୟାଳୟ କ୍ରୀଡାର ଏକ ବିଶେଷ କେନ୍ଦ୍ର ଭାବେ ପରିଚିତ ହେବାକୁ ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା