The Topmost

“The eyes believe themselves, the ears believe other people.”

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଯେଉଁଥିରେ ଓଡ଼ିଶାର ୩ଟି ଆସନ ରହିଛି । ଆସନ୍ତା ୩ ଏପ୍ରିଲରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେଉଛି । ଫାଙ୍କା ପଡିବାକୁ ଥିବା ୩ ଆସନରେ ନିର୍ବାଚନ ହେବ । ରାଜ୍ୟସଭା ନିର୍ବାଚନ ପାଇଁ ୮ ଫେବ୍ରୁଆରୀରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ୧୫ ଫେବ୍ରୁଆରୀ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ୨୦ ଫେବ୍ରୁଆରୀ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।