ଆଜିଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା । ଚଳିତ ବର୍ଷ ଭାରତ ସମେତ ବିଦେଶର ୨୬ଟି ଦେଶର ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ବୋର୍ଡ ପରୀକ୍ଷା ଦେବେ । ସେଥିମଧ୍ୟରୁ ଓଡ଼ିଶାରୁ ୧ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସକାଳ ସାଢ଼େ ୧୦ଟାରୁ ପରୀକ୍ଷା ଆରମ୍ଭ ହେବ । ତେଣୁ ଛାତ୍ରଛାତ୍ରୀଙ୍କୁ ୧୦ଟା ପୂର୍ବରୁ ନିଜ ନିଜର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷା ପାଇଁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରଗୁଡ଼ିକ ସିସିଟିଭି ନଜରରେ ରହିବ । ଦଶମ ପରୀକ୍ଷା ମାର୍ଚ୍ଚ ୧୩ ତାରିଖ ଯାଏଁ ଚାଲିବାକୁ ଥିବା ବେଳେ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ । ୧୫, ୧୬ ଓ ୧୭ ତାରିଖ ଆର୍ଟ, ମ୍ୟୁଜିକ ଓ ଅନ୍ୟାନ୍ୟ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଥିବା ବେଳେ ଫେବ୍ରୁଆରୀ ୧୯ରୁ ମୁଖ୍ୟ ପରୀକ୍ଷା ଆରମ୍ଭ ହେବ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍