The Topmost

“The eyes believe themselves, the ears believe other people.”

କଟକରେ ଖେଳାଯାଇପାରେ ଆଇପିଏଲ ମ୍ୟାଚ୍

ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସିଖବର । କଟକରେ ଖେଳାଯାଇପାରେ ଆଇପିଏଲ ମ୍ୟାଚ୍ । ଦିଲ୍ଲୀ କ୍ୟାପିଟାଲ୍ସ ନିଜର ପ୍ରଥମ ୨ଟି ମ୍ୟାଚ୍ ପୁନେ ଓ କଟକରେ ଖେଳିପାରେ । ଏନେଇ ଏଏନଆଇ ପକ୍ଷରୁ ସୂଚନା ମିଳିଛି । ମହିଳା ପ୍ରିମିୟର ଲିଗ୍ ପରେ ପରେ ଆଇପିଏଲ ଖେଳାଯିବାକୁ ଥିବାରୁ ଅରୁଣ ଜେଟଲୀ ଷ୍ଟାଡିୟମକୁ ଏତେଶୀଘ୍ର ପ୍ରସ୍ତୁତ କରିବା ସମ୍ଭବପର ନୁହେଁ । ତେଣୁ କଟକରେ ଦିଲ୍ଲୀ ନିଜର ଘରୋଇ ଆଇପିଏଲ ମ୍ୟାଚ୍ ଖେଳିବାର ଯଥେଷ୍ଟ ସମ୍ଭବନା ରହିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ମାର୍ଚ୍ଚ ୨୦ରୁ ୨୨ ମଧ୍ୟରେ ଆଇପିଏଲ ଆରମ୍ଭ ହୋଇପାରେ । ଏନେଇ ଖୁବଶୀଘ୍ର କାର୍ଯ୍ୟସୂଚୀ ପ୍ରକାଶ ପାଇବ । ଚଳିତ ଥର ସାଧାରଣ ନିର୍ବାଚନ ଥିବାରୁ ୨ଟି ପର୍ଯ୍ୟାୟରେ ଆଇପିଏଲ ମ୍ୟାଚର କାର୍ଯ୍ୟସୂଚୀ ଘୋଷଣା କରାଯାଇପାରେ ।