ଶ୍ରୀମନ୍ଦିର ରତ୍ନଭଣ୍ଡାରର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାରର ତାଲିକା ପ୍ରସ୍ତୁତି ତଦାରଖ କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ କରିଛନ୍ତି । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟିର ଅଧ୍ୟକ୍ଷ ଓ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ ଅଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାର ସମ୍ପର୍କରେ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଏହି କମିଟି ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିବେ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟିର ଅଧ୍ୟକ୍ଷ ଓ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ ଥିବା ବେଳେ ୧୨ ଜଣ ସଦସ୍ୟ ଅଛନ୍ତି । ଏହି ସଦସ୍ୟମାନେ ହେଲେ – ଆହ୍ଲାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଡକ୍ଟର ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି, ସେବକ ପ୍ରତିନିଧି ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ଜଗନ୍ନାଥ କର, ଭଣ୍ଡାର ମେକାପ ସେବକ ଗଣେଶ ମେକାପ ଏବଂ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିରର ଉପମୁଖ୍ୟ ପ୍ରଶାସକ। କମିଟିର ସଦସ୍ୟ ଆବାହକ ଭାବରେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ କାର୍ଯ୍ୟ କରିବେ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍