ଆଳୁ ସମସ୍ୟା ନେଇ ମମତାଙ୍କୁ ଭେଟିଲେ ମୋହନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ ମାଝି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଆଲୋଚନାରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଆଳୁ ସମସ୍ୟା ନେଇ ମମତାଙ୍କୁ ଅଗବତ କରାଇଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି।

SHARE BY