The Topmost

“The eyes believe themselves, the ears believe other people.”

ବଢୁଛି ଆଳୁ, କମୁଛି ସୁନା

ଆଗକୁ ଆସୁଥିବା ଉତ୍ସବକୁ ନେଇ ରାଜଧାନୀବାସୀ ସୁନା କିଣିବା ପାଇଁ ଦୋକାନରେ ଭିଡ ଲଗାଇଛନ୍ତି । ବିଶେଷ କରି ବଜେଟରେ ସୁନା ଦାମ୍ କମିଥିବା ବେଳେ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୪, ହଜାର ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୦ ହଜାର ୫୮୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୪, ୭୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୦,୫୮୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୪, ୭୦୦ ଟଙ୍କା ଓ ୭୦,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୦,୭୩୦ ଟଙ୍କା ଓ ୬୪, ୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୩୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୪, ୭୦୦ ଟଙ୍କା ଓ ୭୦,୫୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୫,୫୦୦ ଟଙ୍କା ହୋଇଛି।