The Topmost

“The eyes believe themselves, the ears believe other people.”

NEWHAVEN, ENGLAND - FEBRUARY 18: Storm waves batter the Newhaven breakwater and Lighthouse on February 18, 2022 in Newhaven, England. The Met Office has issued two rare, red weather warnings for the South and South West of England today as Storm Eunice makes landfall. Much of the rest of the UK is under amber and yellow warnings with winds up to 100 mph, rain and snow expected. This is the worst storm to hit the UK for three decades. (Photo by Dan Kitwood/Getty Images)

ଅବପାତ ରୂପ ନେଲା ଲଘୁଚାପ, କେଉଁଠି ପଡିବ ଏହାର ପ୍ରଭାବ

ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଦୁଇ ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଅନ୍ୟପଟେ ସେପ୍ଟେମ୍ବର ୪ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା କରାଯାଇଛି । ଶ୍ରୀକାକୁଲମ୍ ଓ ବିଶାଖାପାଟନମରୁ ଦୂରରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି କ୍ଷେତ୍ର ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ କ୍ଷେତ୍ର ୪ ଦିନରେ ଅବପାତ ରୂପ ନେବ । ୭ ବା ୮ ତାରିଖରେ ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ଆଡ଼କୁ ମୁହାଁଇବାର ଅଛି । ତେଣୁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି ।