ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ; ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଛତିଶଗଡ଼ ମୁହାଁ ହୋଇପାରେ ଅବପାତ । କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।
କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣି ଜାରି ହୋଇଛି। ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍