ଆସୁଛି ବାତ୍ୟା, ସ୍କୁଲ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର । ବାତ୍ୟା ଦାନାକୁ ଆଖି ଆଗରେ ରଖି ସ୍କୁଲ ଛୁଟି ଘୋଷଣା କରିଛନ୍ତି ସରକାର । ବାତ୍ୟା ପ୍ରଭାବିତ ୧୪ ଜିଲ୍ଲାରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ୟ୍ୟନ୍ତ ସ୍କୁଲ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି । ସରକାରଙ୍କ କହିବା ମୁତାବକ, ବଙ୍ଗୋପସାଗରରେ ବାତ୍ୟା ଆସିବାକୁ ଅଛି । ଯେଉଁଥିରେ କି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବୋହିପାରେ । ଏହାକୁ ଆଖି ଆଗରେ ରଖି ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି ।ଗଞ୍ଜାମ ସହିତ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝରରେ ବନ୍ଦ ରହିବ ସ୍କୁଲ । ଏହାସହ ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକରେ ମଧ୍ୟ ସ୍କୁଲ ବନ୍ଦ ରହିବ । ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ୟ୍ୟନ୍ତ ଏହି ସବୁ ଜିଲ୍ଲାରେ ସ୍କୁଲ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା