The Topmost

“The eyes believe themselves, the ears believe other people.”

ହଇରାଣ କରୁଛି ଘନ କୁହୁଡି, 6 ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି।

ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି ରହିଛି। ୧୦ ସହରରେ ପାରଦ ୧୦ ଡିଗ୍ରୀ ଓ ଏହା ତଳେ ରହିଛି। ତେବେ ରବିବାରଠାରୁ ଶୀତ କମିବ ଓ ୧୬ ତାରିଖରୁ ପୁଣି ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁଙ୍କ ସୂଚନାନୁସାରେ, ୧୨ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ। ଫଳରେ ଶୀତ ଲହରିରେ ବ୍ରେକ ଲାଗିବ। ମାତ୍ର ୧୬ ତାରିଖରୁ ପୁଣି ଥଣ୍ତାର ପ୍ରଭାବ ବଢ଼ିବ। ଫେବୃଆରୀ ଦ୍ୱିତୀୟ ସପ୍ତାହ ଯାଏ ଥଣ୍ତା ଜାରି ରହିବ।