() ଆଜି ରାଜ୍ୟର ୫ ଜିଲ୍ଲାରେ ୫୩୨ଟି ସ୍କୁଲକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ସାଢେ ୫ଟାରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବ ଏହି ଉତ୍ସବ । ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ୪୧ଟି ହାଇସ୍କୁଲ, ବୌଦ୍ଧ ଜିଲ୍ଲାର ୨୪, ମାଲକାନଗିରି ଜିଲ୍ଲାର ୪୭, ଖୋର୍ଦ୍ଧା ଜିଲ୍ଲାର ୮୧ଟି ହାଇସ୍କୁଲକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିଥିବା ଏହି ଯୋଜନା ମୁଖ୍ୟମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ । କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଫାଇଭ-ଟି ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ରହିବେ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା